Biblia Todo Logo
Bìoball air-loidhne

- Sanasan -




୧ ପିତର 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;

Faic an caibideil Dèan lethbhreac

ଓଡିଆ ବାଇବେଲ

14 ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

14 ସତ୍କର୍ମ କରିବା ହେତୁ ତୁମ୍ଭେମାନେ କ୍ଳେଶଭୋଗ କଲେ ସୁଦ୍ଧା ତୁମ୍ଭେମାନେ ପ୍ରକୃତରେ ସୁଖୀ। କାହାକୁ ଭୟ କର ନାହିଁ; ଅଯଥା ଚିନ୍ତିତ ହୁଅ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

14 କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା'ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। “ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସେମାନଙ୍କୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।”

Faic an caibideil Dèan lethbhreac




୧ ପିତର 3:14
29 Iomraidhean Croise  

ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”


ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।


ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।”


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”


ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”


କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।


“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।


ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,


କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।


“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”


ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।


କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।


ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।


Lean sinn:

Sanasan


Sanasan