Biblia Todo Logo
Bìoball air-loidhne

- Sanasan -




୧ ପିତର 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ଵରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;

Faic an caibideil Dèan lethbhreac

ଓଡିଆ ବାଇବେଲ

21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ୱରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

21 ସେମାନେ ତୁମ୍ଭମାନଙ୍କ ପରିତ୍ରାଣ ସାଧନ କରୁଥିବା ଜଳଦୀକ୍ଷାର ପ୍ରତୀକ। ଏହି ଜଳଦୀକ୍ଷା ତୁମ ଦେହର ମଳିନତା ଦୂର କରେ ନାହିଁ- ତାହା ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ତୁମ ବିବେକକୁ ଶୁଚି କରିବା ପାଇଁ ଈଶ୍ୱରଙ୍କ ନିକଟେରେ ଆବେଦନ।

Faic an caibideil Dèan lethbhreac

ପବିତ୍ର ବାଇବଲ

21 ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।

Faic an caibideil Dèan lethbhreac




୧ ପିତର 3:21
30 Iomraidhean Croise  

ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋହର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ।


ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ।


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।


ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କଅଣ ବାଧା ଅଛି?


[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।]


ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।


ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,


ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,


ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;


କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।


ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।


Lean sinn:

Sanasan


Sanasan