Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେ ଏକ ମାନତ ମନାସି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତା; ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକି ପାସୋରିବ ନାହିଁ, ମାତ୍ର ଆପଣା ଦାସୀକି ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ପୁଣି, ସେ ଏକ ମାନତ ମନାଶି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୁ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”

Faic an caibideil Dèan lethbhreac




1 ଶାମୁୟେଲ 1:11
25 Iomraidhean Croise  

ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,


ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”


ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।


ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;


ହୋଇପାରେ, ମୋʼ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”


ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।


ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।


ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି?


ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।


ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”


ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହି ଦିନ ତାହାର ମସ୍ତକ ପବିତ୍ର କରିବ।


ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।


ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।


ସେସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, “ଯେବେ ତୁମ୍ଭେ ଅମ୍ମୋନ-ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ,


କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”


ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।


ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।


ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।


ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”


ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।


ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।


ପୁଣି, ଏଲି ଇଲ୍‍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, “ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।”


Lean sinn:

Sanasan


Sanasan