Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଆପଣା ଦାସୀକି ପାପାଧମର କନ୍ୟା ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ହେତୁରୁ ଏପର୍ଯ୍ୟନ୍ତ କଥା କହୁଥିଲି।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ଆପଣା ଦାସୀକୁ କୁଚରିତ୍ରା ଭାବ ନାହିଁ। ମୁଁ ଆପଣା ଚିନ୍ତା ଓ ସମସ୍ୟାକୁ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମୋର ଅନେକ ସମସ୍ୟା ଅଛି ଏବଂ ମୁଁ ଅତ୍ୟନ୍ତ ଦୁଃଖିତ।”

Faic an caibideil Dèan lethbhreac




1 ଶାମୁୟେଲ 1:16
11 Iomraidhean Croise  

ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;


ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, “ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ,” ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;


ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;


ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”


ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”


ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ବିନୟ କରୁଅଛି, ମୋହର ପ୍ରଭୋ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।


Lean sinn:

Sanasan


Sanasan