Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଖାଇପିଇ ସାରିବା ପରେ ହାନ୍ନା ଚୁ‌ପ୍‌ଗ୍ଭପ୍ ଭାବରେ ଉଠିଯାଇ ସଦାପ୍ରଭୁଙ୍କ ପ୍ରାଙ୍ଗଣକୁ ପ୍ରାର୍ଥନା କରିବାକୁ ଗଲା। ଏଲି ଯିଏ କି ଧର୍ମଯାଜକ ଥିଲେ, ସେ ସେହି ସଦାପ୍ରଭୁଙ୍କ ପବିତ୍ର ମନ୍ଦିରର ଫାଟକ ନିକଟରେ ବସି ରହିଥିଲା।

Faic an caibideil Dèan lethbhreac




1 ଶାମୁୟେଲ 1:9
9 Iomraidhean Croise  

ରାଜା ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”


ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ “ଗୌରବ, ଗୌରବ” ବୋଲି କହନ୍ତି।


ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।


ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।


ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।


ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ।


ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,


ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।


Lean sinn:

Sanasan


Sanasan