Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ଵର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଯେଉଁମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ସହିତ ପ୍ରତିବାଦ କରନ୍ତି, ସେମାନେ ଭଗ୍ନ ହେବେ। ସଦାପ୍ରଭୁ ସ୍ୱର୍ଗରେ ଥାଇ ସେହି ଲୋକମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ। ଏବଂ ସଦାପ୍ରଭୁ ପୃଥିବୀର ସମସ୍ତ ଲୋକମାନଙ୍କର ବିଗ୍ଭର କରିବେ ଓ ସେ ଆପଣା ରାଜାକୁ ବଳ ଦେବେ। ସେ ତାଙ୍କର ଅଭିଷିକ୍ତ ରାଜାଙ୍କୁ ଉନ୍ନତ କରିବେ।”

Faic an caibideil Dèan lethbhreac




1 ଶାମୁୟେଲ 2:10
50 Iomraidhean Croise  

ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।


ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।


ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ;


ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?


ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।


ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”


ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।


କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।


ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!


ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।


ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।


କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।


ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।


ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା।


ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।


ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।


ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ,


ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।


ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।


ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।


ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।


ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।


ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।


ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,


କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”


ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।


କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,


କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।


ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।


ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।


ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।”


ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହି ଦିନ ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।


ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”


ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘ ଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।


Lean sinn:

Sanasan


Sanasan