Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 23:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ଦାଉଦ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ମୁଁ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି କି?” ସଦାପ୍ରଭୁ ଦାଉଦଙ୍କୁ ଉତ୍ତର ଦେଲେ, “ହଁ ଯାଅ! ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କର ଓ କିୟୀଲାକୁ ରକ୍ଷା କର।”

Faic an caibideil Dèan lethbhreac




1 ଶାମୁୟେଲ 23:2
17 Iomraidhean Croise  

ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କʼଣ ଯିହୁଦାର କୌଣସି ଏକ ନଗରକୁ ଯିବି?” ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି?” ସେ କହିଲେ “ହିବ୍ରୋଣକୁ।”


ଏଥିରେ ଦାଉଦ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”


ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।


ଏଥିରେ ଦାଉଦ ପରମେଶ୍ୱରଙ୍କୁ ପଚାରି କହିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କʼଣ ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”


ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।


ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।


ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍‍‍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”


ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ।


ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?”


ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”


ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ?” ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।


ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?”


ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”


ଯେତେବେଳେ ଅହୀମେଲକ୍‍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।


ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”


Lean sinn:

Sanasan


Sanasan