Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 24:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଦାଉଦ ଶାଉଲଙ୍କୁ କହିଲେ, “ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି ?

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଦାଉଦ ଶାଉଲଙ୍କୁ କହିଲେ, “ତୁମ୍ଭେ କାହିଁକି ଲୋକମାନଙ୍କ କଥା ଶୁଣିଲ ଯେତେବେଳେ ଲୋକମାନେ କହିଲେ, ‘ଦାଉଦ ଯୋଜନା କରିଛି ତୁମ୍ଭକୁ ମାରିବା ପାଇଁ।’

Faic an caibideil Dèan lethbhreac




1 ଶାମୁୟେଲ 24:9
19 Iomraidhean Croise  

ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।


ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।


କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।


କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।


କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।


ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।


ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।


ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।


ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?


ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।


ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।


ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?”


ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।


ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।


ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, “ହେ ମୋହର ପ୍ରଭୋ, ମହାରାଜ।” ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।


ଆହୁରି ସେ କହିଲେ, “ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?


ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’


Lean sinn:

Sanasan


Sanasan