Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 26:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି ଦାଉଦ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ, ସଦାପ୍ରଭୁ ଶାଉଲଙ୍କୁ ଦଣ୍ତ ଦେବେ। ଶାଉଲ ସାଧାରଣ ମୃତ୍ୟୁବରଣ କରି ପାରନ୍ତି କିମ୍ବା ସେ ଯୁଦ୍ଧକୁ ଯାଇ ମରିବେ।

Faic an caibideil Dèan lethbhreac




1 ଶାମୁୟେଲ 26:10
23 Iomraidhean Croise  

ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।


ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କʼଣ ସେ ପୁନର୍ବାର ବଞ୍ଚିବ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି।


ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ?


ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?


ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟ ଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।


ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।


ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।


ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;


ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?


ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।


ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”


କାରଣ “ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା”, ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, “ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ।”


ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ,


ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍‍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ବର ଶକ୍ତିମାନ।”


ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।


ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।


ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।


ଏଥିଉତ୍ତାରେ ଊଣାଧିକ ଦଶ ଦିନ ଉତ୍ତାରେ ସଦାପ୍ରଭୁ ନାବଲକୁ ଆଘାତ କରନ୍ତେ, ସେ ମଲା।


ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।


ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।


ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକସଙ୍ଗରେ ମଲେ।


Lean sinn:

Sanasan


Sanasan