Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 26:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁନ୍ତକାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ତେଣୁ ଦାଉଦ ଶାଉଲଙ୍କ ପାଖରେ ଥିବା ପାଣିପାତ୍ର ବର୍ଚ୍ଛାକୁ ସାଙ୍ଗରେ ଆଣିଲେ ଓ ତା'ପରେ ଦାଉଦ ଓ ଅବୀଶୟ ସେ ସ୍ଥାନ ପରିତ୍ୟାଗ କରି ଆସିଲେ। କୌଣସି ଲୋକ ଜାଣି ପାରିଲେ ନାହିଁ କ’ଣ ସବୁ ଘଟିଗଲା। କୌଣସି ଲୋକ ଏହାକୁ ଦେଖି ନ ଥିଲେ। କୌଣସି ଲୋକ ମଧ୍ୟ ନିଦରୁ ଉଠି ନ ଥିଲେ। ଶାଉଲ ଏବଂ ତାଙ୍କର ସମସ୍ତ ସୈନ୍ୟ ଶୋଇ ପଡ଼ିଥିଲେ। କାରଣ ସଦାପ୍ରଭୁ ତାଙ୍କୁ ଗଭୀର ନିଦ୍ରା ଦେଇଥିଲେ।

Faic an caibideil Dèan lethbhreac




1 ଶାମୁୟେଲ 26:12
7 Iomraidhean Croise  

ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।


ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।


ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।


ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।


ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍‍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।


Lean sinn:

Sanasan


Sanasan