Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 26:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆହୁରି ସେ କହିଲେ, “ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ଆହୁରି ସେ କହିଲେ, ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?

Faic an caibideil Dèan lethbhreac

ଓଡିଆ ବାଇବେଲ

18 ଆହୁରି ସେ କହିଲେ, ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି ? ମୁଁ କଅଣ କରିଅଛି ? ଅବା ମୋ’ ହାତରେ କେଉଁ ମନ୍ଦତା ଅଛି ?

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଦାଉଦ ପୁଣି କହିଲେ, “ମହାଶୟ ତୁମ୍ଭେ କାହିଁକି ମୋର ପଛେ ପଛେ ଗୋଡ଼ଉଛ? ମୁଁ କ’ଣ ଅପରାଧ କଲି? କେଉଁ ଦୋଷ ମୁଁ କରିଛି?

Faic an caibideil Dèan lethbhreac




1 ଶାମୁୟେଲ 26:18
12 Iomraidhean Croise  

ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।


ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳିଅଛନ୍ତି।


ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।


ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”


ଯୀଶୁ ତାହାକୁ ଉତ୍ତର ଦେଲେ, “ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ?”


ମୋʼ ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ?


ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”


ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?”


ଆଉ ଦାଉଦ ଶାଉଲଙ୍କୁ କହିଲେ, “ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?”


Lean sinn:

Sanasan


Sanasan