Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 27:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।

Faic an caibideil Dèan lethbhreac

ପବିତ୍ର ବାଇବଲ

1 କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, “ମୁଁ ଦିନେ ଶାଉଲଙ୍କ ହାତରେ ଧରା ହେବି। ଏହା ସବୁଠୁ ଭଲ ହେବ। ମୁଁ ପଲେଷ୍ଟୀୟମାନଙ୍କ ଦେଶକୁ ଯାଇ ନିଜକୁ ରକ୍ଷା କରିବି। ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳ ଖୋଜି ନିରାଶ ହେବ। ଏହିପରି ଭାବରେ ମୁଁ ତାଙ୍କର ହସ୍ତରୁ ରକ୍ଷା ପାଇବି।”

Faic an caibideil Dèan lethbhreac




1 ଶାମୁୟେଲ 27:1
29 Iomraidhean Croise  

ତହୁଁ ଯାରବୀୟାମ ଆପଣା ମନେ ମନେ କହିଲେ, “ଏବେ ରାଜ୍ୟ ପୁନର୍ବାର ଦାଉଦ-ବଂଶର ଅଧୀନ ହେବ;


ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”


ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।


ଏଥିଉତ୍ତାରେ ଯିହୁଦାର ରାଜା ଅମତ୍‍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍‍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”


ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”


ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। [ସେଲା]


ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”


ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ୱାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରିଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”


ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”


ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?”


କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।


ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, “ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହାହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।”


ଏଥିମଧ୍ୟରେ ଭବିଷ୍ୟଦ୍‍ବକ୍ତା ଗାଦ୍‍ ଦାଉଦଙ୍କୁ କହିଲା, “ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ।” ତେବେ ଦାଉଦ ପ୍ରସ୍ଥାନ କରି ହେରତ୍‍ ବଣରେ ଉପସ୍ଥିତ ହେଲେ।


ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”


ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,


ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’


ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍‍ ସହିତ ପଛେ ପଛେ ଅଗ୍ରସର ହେଲେ।


ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି?” ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, “ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।”


Lean sinn:

Sanasan


Sanasan