Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ସେମାନେ କହିଲେ, ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ପଠାଇ ଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ତହିଁରେ ସେମାନେ କହିଲେ, ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇ ଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ତହିଁରେ ସେମାନେ କହିଲେ, “ଯଦି ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଫେରାଇ ଦେବ, ତେବେ ତାହା ଖାଲି ପଠାଅ ନାହିଁ। କିନ୍ତୁ ତୁମ୍ଭର ପାପରୁ ଦୂରେଇ ଯିବା ପାଇଁ ଏହା ସହିତ ଉପହାର ଓ ନୈବେଦ୍ୟ ପଠାଅ। ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ପବିତ୍ର ହେବ, ଏବଂ ତୁମ୍ଭେମାନେ କଳ୍ପନା କରିବ, କାହିଁକି ପରମେଶ୍ୱର ତୁମ୍ଭମାନଙ୍କୁ ଦଣ୍ତ ଦେବା ବନ୍ଦ କଲେ ନାହିଁ।”

Faic an caibideil Dèan lethbhreac




1 ଶାମୁୟେଲ 6:3
15 Iomraidhean Croise  

ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।


ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।


ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।


ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।


ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦିଅ, ତାହା ସ୍ୱ ସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ;” କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।


ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍‍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”


ପୁଣି, ସେମାନେ ତାହା ନେଇଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।


ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇଦିଅ।


ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।”


Lean sinn:

Sanasan


Sanasan