Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 (ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, “ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ;” କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍‍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 (ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ଵରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।

Faic an caibideil Dèan lethbhreac

ଓଡିଆ ବାଇବେଲ

9 (ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍‍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।

Faic an caibideil Dèan lethbhreac

ପବିତ୍ର ବାଇବଲ

9-11 ଶାଉଲ ଗ୍ଭକରକୁ କହିଲେ, “ଏହା ଏକ ଉତ୍ତମ ବୁଦ୍ଧି। ଗ୍ଭଲ ଯିବା,” ତା'ପରେ ସେମାନେ ପରମେଶ୍ୱରଙ୍କ ଲୋକଙ୍କ ନଗରକୁ ଯାତ୍ରା ଆରମ୍ଭ କଲେ। ଶାଉଲ ଏବଂ ଗ୍ଭକର ପାର୍ବତ୍ୟାଞ୍ଚଳ ଦେଇ ଯାତ୍ରା କଲେ। ସେମାନେ ଯିବା ରାସ୍ତାରେ କେତେକ ଯୁବତୀଙ୍କୁ ଦେଖିଲେ। ଯୁବତୀମାନେ ପାଣି ନେବା ପାଇଁ ଆସିଥିଲେ। ଶାଉଲ ଓ ତାଙ୍କ ଗ୍ଭକର ଯୁବତୀମାନଙ୍କୁ ପଗ୍ଭରିଲେ, “ଧର୍ମାତ୍ମା ଏଠାରେ ଅବସ୍ଥାନ କରୁଛନ୍ତି କି?” (ଅତୀତରେ ଇସ୍ରାଏଲୀୟମାନେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ “ଧର୍ମାତ୍ମା” କହୁଥିଲେ। ଯଦି ସେମାନେ ପରମେଶ୍ୱରଙ୍କଠାରୁ କିଛି ମାଗିବା ପାଇଁ ଗ୍ଭହୁଁଥିଲେ, ସେମାନେ କହିଲେ, “ଆସ ଧର୍ମାତ୍ମା ନିକଟକୁ ଯିବା।”)

Faic an caibideil Dèan lethbhreac




1 ଶାମୁୟେଲ 9:9
16 Iomraidhean Croise  

ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, “ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ?” ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।


ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍‍ ଭବିଷ୍ୟଦ୍‍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,


ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍‍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”


ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍‍କୁ କହିଲେ,


ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍‍ର ପୁତ୍ର ଶାଉଲ ଓ ନେର୍‍ର ପୁତ୍ର ଅବ୍‍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍‍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।


ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସରେ ଓ ଗାଦ୍‍ ଦର୍ଶକର ଇତିହାସରେ ଲିଖିତ ଅଛି;


ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାର ଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।


ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।


ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।


ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ଆହୁରି, ଅମତ୍‍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଂଘିବା କେଉଁଠାରେ?


ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?”


ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”


ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, “ଭଲ କହିଲ; ଆସ, ଆମ୍ଭେମାନେ ଯାଉ।” ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।


Lean sinn:

Sanasan


Sanasan