Biblia Todo Logo
Bìoball air-loidhne

- Sanasan -




୧ ଥେସଲନୀକୀୟ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟ; ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲା; ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ନିମନ୍ତେ ଆମ୍ଭେମାନେ କିପ୍ରକାରେ ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

5 କାରଣ କେବଳ ବାକ୍ୟରେ ନୁହେଁ, ପବିତ୍ର ଆତ୍ମାଙ୍କ ସହାୟତାରେ ଶକ୍ତିର ସହିତ, ସୁସମାଚାରର ସତ୍ୟତା ସମ୍ପୂର୍ଣ୍ଣଭାବେ ଉପଲବ୍ଧି କରି ଆମେ ତାହା ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। ତୁମ୍ଭେମାନେ ଜାଣ, ତୁମ ସହିତ ଥିବାବେଳେ ଆମେ କିପରି ଜୀବନ ଯାପନ କରିଥିଲୁ; କିପରି କେବଳ ତୁମ୍ଭମାନଙ୍କର ମଙ୍ଗଳ ଆମ ଜୀବନର ଲକ୍ଷ୍ୟ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ।

Faic an caibideil Dèan lethbhreac




୧ ଥେସଲନୀକୀୟ 1:5
60 Iomraidhean Croise  

ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।


କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]


ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,


ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ।


ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।


ଅତଏବ, ଈଶ୍ବର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପିତାଙ୍କ ଦ୍ୱାରା ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।


ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।


କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।


ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।


ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ବର ବୃଦ୍ଧି ସାଧନ କରିଅଛନ୍ତି।


କାରଣ ଈଶ୍ବରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ।


ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।


ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;


ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ୍ ଭାବରେ ବୁଝାଇଲି।


କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,


କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।


ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।


ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।


ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;


ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।


ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।


Lean sinn:

Sanasan


Sanasan