Biblia Todo Logo
Bìoball air-loidhne

- Sanasan -




୧ ଥେସଲନୀକୀୟ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଭ୍ରାତୃପ୍ରେମ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ଵରଙ୍କ ଦ୍ଵାରା ନିଜେ ଶିକ୍ଷିତ ହୋଇଅଛ,

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କୁ ତୁମର ପ୍ରେମ କରିବା ବିଷୟରେ ଆମେ ଆଉ ଅଧିକ ଲେଖିବା ପ୍ରୟୋଜନ ନାହିଁ। ପରସ୍ପରକୁ କିପରି ପ୍ରେମ କରିବା ଉଚିତ୍, ଏହା ସ୍ୱୟଂ ଈଶ୍ୱରଙ୍କଠାରୁ ଶିକ୍ଷା କରିଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ବିଷୟରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ୟକତା ନାହିଁ। ପରସ୍ପରକୁ ପ୍ରେମ କରିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି।

Faic an caibideil Dèan lethbhreac




୧ ଥେସଲନୀକୀୟ 4:9
30 Iomraidhean Croise  

ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!


ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?


ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”


ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’


କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।


ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର;


ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;


କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,


“କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହିସବୁ ଲେଖିବା,”


ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।


ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;


ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।


ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।


ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ।


କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;


ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।


ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।


Lean sinn:

Sanasan


Sanasan