Biblia Todo Logo
Bìoball air-loidhne

- Sanasan -




୧ ତୀମଥି 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଆଳସ୍ୟ-ପ୍ରିୟ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟପ୍ରିୟ ନୁହେଁ, ମାତ୍ର ଅସାର ଗଳ୍ପ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନାବଶ୍ୟକ କଥାବାର୍ତ୍ତା କରନ୍ତି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

13 ଏମାନେ ଘରକୁ ଘର ବୁଲି ସମୟର ଅପଚୟ କରନ୍ତି - ଅଧିକନ୍ତୁ ବାଜେ ଗପ ଓ ପରଚର୍ଚ୍ଚା କରି ଅକଥ୍ୟ କଥା ସବୁ କହନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ସେହି ଯୁବତୀ ବିଧବାମାନେ ଘରକୁ ଘର ଅଯଥାରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସେମାନେ ବଚସା କରିବା ଓ ଅନ୍ୟଲୋକଙ୍କ ଜୀବନ ବିଷୟରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ୍ କଥାଗୁଡ଼ିକ କୁହନ୍ତି।

Faic an caibideil Dèan lethbhreac




୧ ତୀମଥି 5:13
14 Iomraidhean Croise  

ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।


ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।


ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।


ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।


ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।


ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।


କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,


ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।


ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ଡନୀୟ ହୁଅନ୍ତି।


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।


ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;


ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।


Lean sinn:

Sanasan


Sanasan