Biblia Todo Logo
Bìoball air-loidhne

- Sanasan -




୧ ତୀମଥି 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ପବିତ୍ର ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ପୁଣି, “କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 କାରଣ ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ”। ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 କାରଣ ଶାସ୍ତ୍ର କହେ, "ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ" । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

18 କାରଣ ଶାସ୍ତ୍ରରେ ଲେଖାଅଛି: “ଶସ୍ୟ ଅମଳ କରୁଥିବା ବେଳେ ବଳଦ ମୁହଁରେ ତୁଣ୍ଡି ବାନ୍ଧ ନାହିଁ।” ପୁଣି “କାର୍ଯ୍ୟକାରୀ ଉପଯୁକ୍ତ ପାରିଶ୍ରମିକ ପାଇବାକୁ ହକ୍ଦାର।”

Faic an caibideil Dèan lethbhreac

ପବିତ୍ର ବାଇବଲ

18 କାରଣ ଶାସ୍ତ୍ର କୁହେ: “ଯେତେବେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତେବେଳେ ତା'ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ୟ ଖାଇବା ପାଇଁ ଅଟକାଅ ନାହିଁ।” ଶାସ୍ତ୍ର ଏପରି ମଧ୍ୟ କୁହେ: “ଜଣେ କାମ କରୁଥିବା ଲୋକ ତା'ର ଦରମା ପାଇବା ଉଚିତ୍।”

Faic an caibideil Dèan lethbhreac




୧ ତୀମଥି 5:18
13 Iomraidhean Croise  

ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।


କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।


ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।


ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।


ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି,


କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।


ଯେଣୁ ଈଶ୍ବର ଶାସ୍ତ୍ର ଦ୍ୱାରା ଫାରୋକୁ କହନ୍ତି, “ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।”


ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।


ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”


ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।


ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?


Lean sinn:

Sanasan


Sanasan