୧ ତୀମଥି 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ତତ୍ତ୍ଵ ନ ନିଏ, ସେ ବିଶ୍ଵାସମତ ଅସ୍ଵୀକାର କରିଅଛି, ଆଉ ସେ ଅବିଶ୍ଵାସୀଠାରୁ ଅଧମ ଅଟେ,। Faic an caibideilଓଡିଆ ବାଇବେଲ8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ । Faic an caibideilପବିତ୍ର ବାଇବଲ (CL) NT (BSI)8 ଯେଉଁ ବ୍ୟକ୍ତି ତା’ର ଆତ୍ମୀୟ ସ୍ୱଜନ ତଥା ନିଜ କୁଟୁମ୍ବର ଯତ୍ନ ନିଏ ନାହିଁ, ସେ ଆମ ଧର୍ମବିଶ୍ୱାସକୁ ପ୍ରତ୍ୟାଖ୍ୟାନ କରୁଛି - ଅବିଶ୍ୱାସୀମାନଙ୍କଠାରୁ ସେ ଅଧିକ ନିନ୍ଦନୀୟ। Faic an caibideilପବିତ୍ର ବାଇବଲ8 ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା'ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ। Faic an caibideil |
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।