୧ ତୀମଥି 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ। Faic an caibideilପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ହେ ଈଶ୍ଵରଙ୍କ ଲୋକ, ତୁମ୍ଭେ ଏହି ସମସ୍ତରୁ ପଳାୟନ କରି ଧାର୍ମିକତା, ଈଶ୍ଵରପରାୟଣତା, ବିଶ୍ଵାସ, ପ୍ରେମ, ଧୈର୍ଯ୍ୟ ଓ ସହିଷ୍ଣୁତାର ଅନୁଗାମୀ ହୁଅ। Faic an caibideilଓଡିଆ ବାଇବେଲ11 କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ । Faic an caibideilପବିତ୍ର ବାଇବଲ (CL) NT (BSI)11 ତୁମେ ଈଶ୍ୱରଙ୍କ ଭକ୍ତ - ସୁତରାଂ ଏ ସମସ୍ତଠାରୁ ତୁମେ ଦୂରେଇ ରୁହ। ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ, ପ୍ରେମ, ସହିଷ୍ଣୁତା ଓ ସୌଜନ୍ୟ ପ୍ରଭୃତି ସଦ୍ଗୁଣରେ ପରିପୂର୍ଣ୍ଣ ହେବାକୁ ଚେଷ୍ଟା କର। Faic an caibideilପବିତ୍ର ବାଇବଲ11 କିନ୍ତୁ ତୁମ୍ଭେ ଜଣେ ପରମେଶ୍ୱରଙ୍କର ଲୋକ। ଅତଏବ ତୁମ୍ଭେ ସେହିସବୁ ବିଷୟଠାରୁ ଦୂରରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ୱରଙ୍କ ଉପାସନା କର। ତୁମ୍ଭ ଜୀବନରେ ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର। Faic an caibideil |
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।