Biblia Todo Logo
Bìoball air-loidhne

- Sanasan -




୨ ପିତର 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନ; ରାଜ୍ୟରେ ସ୍ଵଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

11 ଏହି ଉପାୟରେ ଆମ ପ୍ରଭୁ ଓ ତଆଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ତ୍ନ୍ ରାଜ୍ୟରେ ପ୍ରବେଶ କରିବାକୁ ତୁମେ ପୂର୍ଣ୍ଣ ଅଧିକାର ପାଇବ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ରାଜ୍ୟରେ ତୁମ୍ଭକୁ ସ୍ୱାଗତ କରାଯିବ। ସେହି ରାଜ୍ୟ ଅନନ୍ତକାଳସ୍ଥାୟୀ ଅଟେ।

Faic an caibideil Dèan lethbhreac




୨ ପିତର 1:11
23 Iomraidhean Croise  

ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।


ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।


ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି।


କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ।


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ବରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।


ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,


ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।


ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,


ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ,


ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”


Lean sinn:

Sanasan


Sanasan