Biblia Todo Logo
Bìoball air-loidhne

- Sanasan -




୨ ପିତର 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବା ବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

18 ଆମେ ତାଙ୍କ ସହିତ ସେହି ପବିତ୍ର ପର୍ବତ ଉପରେ ଥିବା ସମୟରେ ଆମେ ତାଙ୍କ ସହିତ ସେହି ପବିତ୍ର ପର୍ବତ ଉପରେ ଥିବା ସମୟରେ ଆମେ ନିଜେ ଏହି ସ୍ୱର୍ଗୀୟ ବାଣୀ ଶୁଣିଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଆମ୍ଭେ ସେହି ବାଣୀ ଶୁଣିଛୁ। ଆମ୍ଭେମାନେ ଯୀଶୁଙ୍କ ସହିତ ପବିତ୍ର ପର୍ବତରେ ଥିଲାବେଳେ ଏହି ବାଣୀ ଆକାଶରୁ ଆସିଥିଲା।

Faic an caibideil Dèan lethbhreac




୨ ପିତର 1:18
8 Iomraidhean Croise  

ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।


ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”


ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।


ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।


ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ।


ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ।


Lean sinn:

Sanasan


Sanasan