Biblia Todo Logo
Bìoball air-loidhne

- Sanasan -




୨ ପିତର 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ଦୁଃସାହସୀ ଓ ସ୍ଵେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,

Faic an caibideil Dèan lethbhreac

ଓଡିଆ ବାଇବେଲ

10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

10 ବିଶେଷତଃ ଯେଉଁମାନେ ଈଶ୍ୱରଙ୍କ କ୍ଷମତାକୁ ଚତୁଚ୍ଛ କରି ନିଜର ଶାରୀରିକ ଲାଳସା ଚରିତାର୍ଥ କରୁଥାଆନ୍ତି, ସେମାନଙ୍କୁ ମହାବିଚାର ଦିନ ପର୍ଯ୍ୟନ୍ତ କିପରି ଦଣ୍ଡିତ କରି ରଖିବାକୁ ହେବ, ତାହା ସେ ଜାଣନ୍ତି। ସେହି ଶଠ ଶିକ୍ଷକମାନେ ଦୁଃସାହାସୀ ଓ ଉଦ୍ଧତ। ସେମାନେ ଉଦ୍ଧ୍ୱର୍ଲୋକର ଗୌରବମୟ ପ୍ରାଣୀମାନଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ ନ କରି ସେମାନଙ୍କୁ ଅପମାନିତ କରୁଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ଯ୍ୟ କରି ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କର୍ତ୍ତୃତ୍ୱକୁ ଅବମାନନା କରନ୍ତି, ସେମାନେ ଏଭଳି ଦଣ୍ଡର ଯୋଗ୍ୟ। ଏହି ଭଣ୍ଡ ଶିକ୍ଷକମାନେ ମନମୁତାବକ କାର୍ଯ୍ୟ କରନ୍ତି ଓ ଆପଣା ବିଷୟରେ ଗର୍ବର କଥା କହନ୍ତି। ସେମାନେ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ମନ୍ଦ କଥା କହିବାକୁ ଭୟ କରନ୍ତି ନାହିଁ।

Faic an caibideil Dèan lethbhreac




୨ ପିତର 2:10
38 Iomraidhean Croise  

ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡ଼ିକର ଲାଙ୍ଗୁଡ଼ କାଟିଲେ।


ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”


ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”


ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?”


ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।


ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନିଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।


ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’


ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ।


କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।


ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,


ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।


କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;


କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।


କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,


କାରଣ ଅଧ୍ୟକ୍ଷ, ଈଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦ-ପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟପ୍ରିୟ,


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।


ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,


ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।


ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।


Lean sinn:

Sanasan


Sanasan