Biblia Todo Logo
Bìoball air-loidhne

- Sanasan -




୨ ପିତର 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;

Faic an caibideil Dèan lethbhreac

ଓଡିଆ ବାଇବେଲ

15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

15 ସେମାନେ ସରଳ ପଥ ପରିତ୍ୟାଗ କରି ବିପଥଗାମୀ ହୋଇ ଅଛନ୍ତି। ବିଓରର ପୁତ୍ର ବାଲାମର ପଥ ସେମାନେ ଅନୁସରଣ କରିଛନ୍ତି। ସେ ଅନ୍ୟାୟ କାର୍ଯ୍ୟ କରି ଅର୍ଥ ଲାଭ କରିବାକୁ ଲାଳାୟିତ ହେବାରୁ,

Faic an caibideil Dèan lethbhreac

ପବିତ୍ର ବାଇବଲ

15 ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦେଇଛନ୍ତି ଓ ବିୟୋରର ପୁତ୍ର ବିଲିୟାମର ଭୁଲ୍ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା।

Faic an caibideil Dèan lethbhreac




୨ ପିତର 2:15
21 Iomraidhean Croise  

ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।


ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍‍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।


ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।


ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”


ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?” ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”


ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;


ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”


ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନି ଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;


ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।


ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା।


ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;


ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?


ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ବୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।


ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।


Lean sinn:

Sanasan


Sanasan