Biblia Todo Logo
Bìoball air-loidhne

- Sanasan -




୨ ପିତର 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,

Faic an caibideil Dèan lethbhreac

ଓଡିଆ ବାଇବେଲ

7 ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

7 ଭ୍ରଷ୍ଟାଚାରୀମାନଙ୍କର ଅଧର୍ମ ଆଚରଣ ଯୋଗୁଁ ବ୍ୟଥିତ ହୋଇଥିବା ଧାର୍ମିକ ଲୋଟଙ୍କୁ ଈଶ୍ୱର ରକ୍ଷା କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 କିନ୍ତୁ ସେହି ନଗର ମଧ୍ୟରୁ ପରମେଶ୍ୱର ଲୋଟକୁ ରକ୍ଷା କଲେ। ସେ ଜଣେ ଅତି ଭଲଲୋକ ଥିଲେ। ଲୋକମାନଙ୍କର ଦୁଷ୍ଟାଚରଣ ହେତୁ ସେ ଦୁଃଖ ପାଉଥିଲେ।

Faic an caibideil Dèan lethbhreac




୨ ପିତର 2:7
14 Iomraidhean Croise  

ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।


ତଥାପି ସେ ବିଳମ୍ବ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ସକାଶୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ।


ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।


ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।


ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”


ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।


ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।


ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।


କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


Lean sinn:

Sanasan


Sanasan