Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ସ୍ୱାମୀଙ୍କ କତିକି ଆଣିଅଛି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ମୁଁ ତାଙ୍କ ନିକଟରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେହି ପତନ ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ପ୍ରଭୁଙ୍କ କତିକି ଆଣିଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋ’ ସ୍ୱାମୀଙ୍କ କତିକି ଆଣିଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ସେ ଗଭୀର ଭାବରେ ଆହତ ହୋଇଥିଲେ। ମୁଁ ଜାଣିଲି ସେ ବଞ୍ଚିବେ ନାହିଁ, ତେଣୁ ମୁଁ ତାଙ୍କୁ ମାରିଦେଲି, ତା'ପରେ ମୁଁ ତାଙ୍କ ମୁଣ୍ଡରୁ ମୁକୁଟ ଓ ବାହୁରୁ ବାଜୁ କାଢ଼ିଲି, ଏବଂ ମୁଁ ମୋର ପ୍ରଭୁଙ୍କ ନିକଟକୁ ନେଇ ଆସିଲି।”

Faic an caibideil Dèan lethbhreac




2 ଶାମୁୟେଲ 1:10
10 Iomraidhean Croise  

ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”


ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’


ପୁଣି ଦାଉଦ ସେମାନଙ୍କର ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ; ତାହା ଏକ ତାଳନ୍ତ ପରିମିତ ସୁବର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା; ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପୁଣି ସେ ସେହି ନଗରରୁ ପ୍ରଚୁର ଲୁଟିତ ଦ୍ରବ୍ୟ ବାହାର କରି ଆଣିଲେ।


ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”


ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍‍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ।


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।


ଏଣୁ ରାଜା ଦୋୟେଗ୍‍କୁ କହିଲେ, “ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର।” ତହିଁରେ ଇଦୋମୀୟ ଦୋୟେଗ୍‍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହି ଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଅଶୀ ଜଣଙ୍କୁ ବଧ କଲା।


Lean sinn:

Sanasan


Sanasan