Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 10:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ଵରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବୈଥ୍ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଅମ୍ମୋନୀୟମାନେ ହୃଦୟଙ୍ଗମ କଲେ ଯେ, ରାଜା ଦାଉଦ ସେମାନଙ୍କୁ ବର୍ତ୍ତମାନ ତାଙ୍କର ଶତ୍ରୁ ବୋଲି ବିବେଚନା କଲେ। ତେଣୁ ସେମାନେ 20,000 ଅରାମୀୟ ସୈନ୍ୟମାନଙ୍କୁ ବୈଥ-ରହୋବ ଓ ସୋବାରୁ 1,000 ଜଣ ମାଖାର ରାଜାଙ୍କଠାରୁ ଏବଂ ଟୋବରୁ 12,000 ସୈନ୍ୟ ଭଡ଼ାରେ ଆଣିଲେ।

Faic an caibideil Dèan lethbhreac




2 ଶାମୁୟେଲ 10:6
24 Iomraidhean Croise  

ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”


ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”


ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।


ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।”


ମାଖାଥୀୟର ପୌତ୍ର ଅହସ୍ବୟର ପୁତ୍ର ଇଲୀଫେଲଟ୍‍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ;


ଅର୍ଥାତ୍‍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।


ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।


ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।


ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।


କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”


କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକ ସଙ୍ଗେ ଗମନ କଲେ।


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?


ତହିଁରେ ସେମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ଯୋନାଥନ, ତନ୍‍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ।


ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।


ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍‍-ଯାୟୀର ରଖିଲା)।


ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।


ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ।


ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।


ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।


ଏହେତୁ ଆଖୀଶ୍‍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”


Lean sinn:

Sanasan


Sanasan