Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ଵାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ ସାଜିଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସେହି ଦିନ ଅମ୍ମୋନୀୟମାନେ ବାହାରି ଆସିଲେ ଏବଂ ନଗରର ଫାଟକ ନିକଟରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିଲେ। ସୋବା ଓ ରହୋବର ଅରାମୀୟ ଲୋକମାନେ, ଟୋବର ସୈନ୍ୟମାନେ ଏବଂ ମାଖା ନଗର ବାହାର କ୍ଷେତ୍ରରେ ଏକତ୍ରିତ ହେଲେ।

Faic an caibideil Dèan lethbhreac




2 ଶାମୁୟେଲ 10:8
13 Iomraidhean Croise  

ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।


ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।


ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।


ମାଖାଥୀୟର ପୌତ୍ର ଅହସ୍ବୟର ପୁତ୍ର ଇଲୀଫେଲଟ୍‍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ;


ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।


ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।


ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।


ତହିଁରେ ସେମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ଯୋନାଥନ, ତନ୍‍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ।


ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।


ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;


ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।


ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।


ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ।


Lean sinn:

Sanasan


Sanasan