Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଯେତେବେଳେ ବସନ୍ତ ଆସିଲା, ସେତେବେଳେ ରାଜାଗଣ ଯୁଦ୍ଧକୁ ଯାଆନ୍ତି। ରାଜା ଦାଉଦ ଯୋୟାବ ଓ ତାଙ୍କର ଲୋକମାନଙ୍କୁ ଏବଂ ସମସ୍ତ ଇସ୍ରାଏଲୀୟ ସୈନ୍ୟମାନଙ୍କୁ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ ଏବଂ ସେମାନେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ ଓ ରବ୍ବା ନଗର ଅଧିକାର କଲେ। କିନ୍ତୁ ଦାଉଦ ଯିରୁଶାଲମରେ ରହିଲେ।

Faic an caibideil Dèan lethbhreac




2 ଶାମୁୟେଲ 11:1
15 Iomraidhean Croise  

ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।


ଏଉତ୍ତାରେ ସେହି ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଯାଅ, ଆପଣାକୁ ସବଳ କର ଓ ଯାହା କରୁଅଛ, ତାହା ବିଚାର କରି ଦେଖ; କାରଣ ଆସନ୍ତା ବର୍ଷ ଅରାମର ରାଜା ପୁନର୍ବାର ତୁମ୍ଭ ବିରୁଦ୍ଧରେ ଆସିବ।”


ଏଥିଉତ୍ତାରେ ପର ବର୍ଷ ଉପସ୍ଥିତ ହୁଅନ୍ତେ, ବିନ୍‍ହଦଦ୍‍ ଅରାମୀୟମାନଙ୍କୁ ଗଣନା କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କରିବା ପାଇଁ ଅଫେକକୁ ଗଲା।


ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥିମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍‍ କଲା।


ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।


କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?


ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।


ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।


ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍‍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।


ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।


ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।


ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।


(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।


ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା।


Lean sinn:

Sanasan


Sanasan