Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନକୁ ପଠାଇଲେ। ନାଥନ ଯାଇ ଦାଉଦଙ୍କୁ କହିଲେ, “ଏକ ନଗରରେ ଦୁଇଜଣ ଲୋକ ଥିଲେ। ସେଥି ମଧ୍ୟରୁ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।

Faic an caibideil Dèan lethbhreac




2 ଶାମୁୟେଲ 12:1
24 Iomraidhean Croise  

ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”


ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;


ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଂକଳ୍ପ କରନ୍ତି।


ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ସମ୍ବନ୍ଧରେ କଥା କହିଲେ।


ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।


ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍‍ରେ ଉପସ୍ଥିତ ହେଲା।


ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”


ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।


ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।


ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍‍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବାକୁ ଯାଉଅଛ?’


ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସରେ ଓ ଗାଦ୍‍ ଦର୍ଶକର ଇତିହାସରେ ଲିଖିତ ଅଛି;


ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।”


Lean sinn:

Sanasan


Sanasan