Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍‍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦ ଉଠାଣି ଶୃଙ୍ଗ ପାର ହୋଇ କିଞ୍ଚିତ୍ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ କରି ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୋଟୀ, ଶହେ ପେଣ୍ତା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା ଦ୍ରାକ୍ଷାରସ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍‍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଦାଉଦ ପର୍ବତ ଶୃଙ୍ଗ ପାର ହୋଇ କିଛି ବାଟ ଗଲାପରେ ମଫୀବୋଶତର ଦାସ ସୀବଃ ସଜ୍ଜିତ ଦୁଇଟି ଗଧ ସଙ୍ଗରେ ଯାଉଥିବାର ଦେଖିଲେ। ସେ ଗଧମାନଙ୍କ ଉପରେ 200 ରୋଟୀ ଏବଂ 100 ପେଣ୍ତା ଦ୍ରାକ୍ଷାଫଳ ଏବଂ 100 ଗ୍ରୀଷ୍ମକାଳୀନ ଫଳ ଏବଂ ଏକ କୁମ୍ଫା ଦ୍ରାକ୍ଷାରସ ଥିଲା।

Faic an caibideil Dèan lethbhreac




2 ଶାମୁୟେଲ 16:1
17 Iomraidhean Croise  

ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।


ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।


ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।


ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।


ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍‍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।


ମନୁଷ୍ୟର ଭେଟି ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।


ଦେଖ, ଯେଉଁ କଲ୍‍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”


ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।


ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।


ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।


ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍‍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;


ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।


ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।


Lean sinn:

Sanasan


Sanasan