Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର; ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ସରୁୟାର ପୁତ୍ର ଯୋୟା‌‌ବ୍‌ ‌ଓ ଦାଉଦଙ୍କର ଉଚ୍ଚପଦସ୍ତ କର୍ମଗ୍ଭରୀମାନେ ମଧ୍ୟ ଗିବିୟୋନକୁ ଗଲେ। ସେମାନେ ଅ‌‌ବ୍‌‌ନର ଏବଂ ଈ‌ଶ୍‌ବୋଶ‌ତ୍‌ର କର୍ମଗ୍ଭରୀମାନଙ୍କୁ ଗିବିୟୋନର ଏକ ପୋଖରୀ ପାଖରେ ଭେଟିଲେ। ଯୋୟାବର ଦଳ ପୋଖରୀର ଏକ ପାର୍ଶ୍ୱରେ ବସିଲା ବେଳେ ଅ‌‌ବ୍‌‌ନରର ଦଳ ପୋଖରୀର ଅନ୍ୟ ପାର୍ଶ୍ୱରେ ବସିଲେ।

Faic an caibideil Dèan lethbhreac




2 ଶାମୁୟେଲ 2:13
13 Iomraidhean Croise  

ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।


ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।


ସେମାନେ ଗିବୀୟୋନ୍‍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।


ଯୋୟାବର ଭ୍ରାତା ଅସାହେଲ ଉକ୍ତ ତିରିଶ ଜଣ ମଧ୍ୟରେ ଜଣେ ଥିଲା; ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;


ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା;


ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।


ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍‍ର ପୁତ୍ର ଅବ୍‍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।


ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।


ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର।


ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।


ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”


Lean sinn:

Sanasan


Sanasan