Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍‍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କ ସଙ୍ଗରେ କଥାବାର୍ତ୍ତା କଲେ; ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ-ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ-ସନ୍ତାନମାନେ ସେମାନଙ୍କ ନିକଟରେ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍‍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)

Faic an caibideil Dèan lethbhreac

ପବିତ୍ର ବାଇବଲ

2 ଗିବିୟୋନୀୟମାନେ ଇସ୍ରାଏଲୀୟ ନ ଥିଲେ। ସେମାନେ ଇମୋରୀୟ ବଂଶଧର ଥିଲେ। ଇସ୍ରାଏଲୀୟମାନେ ପ୍ରତିଜ୍ଞା କରିଥିଲେ ସେମାନେ ଗିବିୟୋନୀୟମାନଙ୍କୁ ହତ୍ୟା କରିବେ ନାହିଁ। କିନ୍ତୁ ଶାଉଲ ସେମାନଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଥିଲେ। କାରଣ ତାଙ୍କର ଇସ୍ରାଏଲୀୟମାନଙ୍କ ପ୍ରତି ଓ ଯିହୁଦାମାନଙ୍କ ପ୍ରତି ଉ‌‌‌‌ଦ୍‌‌‌‌ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ। ରାଜା ଗିବିୟୋନୀୟମାନଙ୍କୁ ଡକାଇ କଥାବାର୍ତ୍ତା କଲେ।

Faic an caibideil Dèan lethbhreac




2 ଶାମୁୟେଲ 21:2
13 Iomraidhean Croise  

ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”


ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”


ପୁଣି ଯେହୂ କହିଲେ, “ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।


ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।


ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।


ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍‍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍‍ଯୋଗୀ ହୁଅ, ଏଥିନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋʼଠାରୁ ପୃଥକ୍ କରିବାକୁ ଇଚ୍ଛା କରୁଅଛନ୍ତି।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।


ତେବେ ଶାଉଲ କହିଲେ, “ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ।”


Lean sinn:

Sanasan


Sanasan