Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 24:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଦାଉଦ ନିକଟକୁ ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।”’”

Faic an caibideil Dèan lethbhreac

ପବିତ୍ର ବାଇବଲ

12 ସଦାପ୍ରଭୁ ଗା‌‌‌‌ଦ୍‌‌‌‌କୁ କହିଲେ, “ଦାଉଦ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହିକଥା କହିଛନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖିଅଛୁ ସେଥି ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କରନ୍ତୁ। ତାହା ହିଁ ଆମ୍ଭେ ତୁମ୍ଭକୁ କରିବୁ।’”

Faic an caibideil Dèan lethbhreac




2 ଶାମୁୟେଲ 24:12
13 Iomraidhean Croise  

ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”


ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍‍ ଭବିଷ୍ୟଦ୍‍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,


ତହୁଁ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”


ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।


କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।


ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;


ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


Lean sinn:

Sanasan


Sanasan