Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 24:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍‍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରିଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେରଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍‍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ସେମାନେ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କ ଓ କିଣାନୀୟମାନଙ୍କ ସମସ୍ତ ନଗରରେ ପହଞ୍ଚିଲେ। ସେମାନେ ‌ବେ‌ର୍‌ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ।

Faic an caibideil Dèan lethbhreac




2 ଶାମୁୟେଲ 24:7
10 Iomraidhean Croise  

ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”


ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।


ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା।


ଅର୍ଥାତ୍‍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପା ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।


ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;


ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀର-ବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।


ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍‍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ;


ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?”


ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।


Lean sinn:

Sanasan


Sanasan