Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଉତ୍ତାରେ ଅବ୍‍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର?” ଆହୁରି କହିଲା, “ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, ଏ ଦେଶ କାହାର? ଆହୁରି କହିଲା, ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ଏଉତ୍ତାରେ ଅବ୍‍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର ? ଆହୁରି କହିଲା, ‘ଆପଣ ମୋ’ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋ’ ହସ୍ତ ଆପଣଙ୍କର ସହାୟ ହେବ।’”

Faic an caibideil Dèan lethbhreac

ପବିତ୍ର ବାଇବଲ

12 ଅ‌‌ବ୍‌‌ନର‌ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ ଏବଂ କହିଲେ, “ଏ ଦେଶକୁ କିଏ ଶାସନ କରିବା ଯୋଗ୍ୟ ବ୍ୟକ୍ତି ବୋଲି ତୁମ୍ଭେ ଭାବୁଛ? ମୋ’ ସହିତ ତୁମ୍ଭେ ଏକ ଚୁକ୍ତି କର ଏବଂ ସମଗ୍ର ଇସ୍ରାଏଲ ଉପରେ ତୁମ୍ଭେ ରାଜତ୍ୱ କରିବା ପାଇଁ ମୁଁ ତୁମ୍ଭକୁ ସାହାଯ୍ୟ କରିବି।”

Faic an caibideil Dèan lethbhreac




2 ଶାମୁୟେଲ 3:12
15 Iomraidhean Croise  

ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।”


ଏଥିରେ ଦେଖ, ସମୁଦାୟ ଇସ୍ରାଏଲ ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, “ଆମ୍ଭମାନଙ୍କ ଭ୍ରାତୃବର୍ଗ ଯିହୁଦା-ଲୋକେ କାହିଁକି ଆପଣଙ୍କୁ ଚୋରି କରି ନେଲେ, ଆଉ ମହାରାଜଙ୍କୁ ଓ ତାଙ୍କ ପରିଜନବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାଙ୍କ ସଙ୍ଗରେ ଥିଲେ।”


କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥାʼନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥାʼନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା।


ତହିଁରେ ସେ ଅବ୍‍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା।


ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ।”


ଏଉତ୍ତାରେ ଅବ୍‍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍‍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?


ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।


Lean sinn:

Sanasan


Sanasan