Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍‍ନର ତାହାକୁ କହିଲା, “ଯାଅ ଗୃହକୁ ଫେରିଯାଅ,” ତହୁଁ ସେ ଫେରିଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଏଣୁ ତାହାର ସ୍ଵାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍ନର ତାହାକୁ କହିଲା, ଯାଅ ଫେରିଯାଅ; ତହୁଁ ସେ ଫେରିଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍‍ନର ତାହାକୁ କହିଲା, “ଯାଅ ଗୃହକୁ ଫେରି ଯାଅ,” ତହୁଁ ସେ ଫେରି ଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ତା'ର ସ୍ୱାମୀ ରୋଦନ କଲା ଏବଂ ବହୁରୀମ ପର୍ଯ୍ୟନ୍ତ ତାକୁ ଅନୁସରଣ କଲା। ତା'ପରେ ଅ‌‌ବ୍‌‌ନର‌ ପ‌ଲ୍‌ଟିୟେ‌ଲ୍‌ଙ୍କୁ କହିଲା, “ଯାଅ, ଫେରିଯାଅ,” ତା'ପରେ ସେ ଫେରିଗଲା।

Faic an caibideil Dèan lethbhreac




2 ଶାମୁୟେଲ 3:16
9 Iomraidhean Croise  

ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।


ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।


ସେତେବେଳେ ଦାଉଦ ରାଜାଙ୍କୁ ସାକ୍ଷାତ କରିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।


ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।


ଅର୍ବତୀୟ ଅବିୟେଲ୍‍ବୋନ, ବରହୂମୀୟ ଅସ୍ମାବତ୍‍;


ତହିଁରେ ଈଶ୍‍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।


ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।


ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, “ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସ।”


Lean sinn:

Sanasan


Sanasan