Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ତେବେ ଅବ୍ନର ଈଶ୍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, ମୁଁ କି ଯିହୁଦା ପକ୍ଷର କୁକ୍କୁର ମୁଣ୍ତ? ମୁଁ ତ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ଅପରାଧ ମୋʼ ଉପରେ ଆରୋପ କରୁଅଛ?

Faic an caibideil Dèan lethbhreac

ଓଡିଆ ବାଇବେଲ

8 ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋ’ ଉପରେ ଆରୋପ କରୁଅଛ ?

Faic an caibideil Dèan lethbhreac

ପବିତ୍ର ବାଇବଲ

8 ଅ‌‌ବ୍‌‌ନର‌ ଈ‌ଶ୍‌ବୋଶ‌ତ୍‌ର କଥା ଶୁଣି ଅତି ରାଗରେ କହିଲା, “ମୁଁ ତ ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ବନ୍ଧୁମାନଙ୍କୁ ଦୟା କରୁଅଛି। ମୁଁ ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ। ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ଅପରାଧ ମୋ’ ଉପରେ ଆରୋପ କରୁଅଛ।

Faic an caibideil Dèan lethbhreac




2 ଶାମୁୟେଲ 3:8
16 Iomraidhean Croise  

ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇଯାଇ ତାହାର ମୁଣ୍ଡ କାଟି ପକାଏ।”


ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,


ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”


ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,


ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”


ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?”


ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।


ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।


ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।


ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।


Lean sinn:

Sanasan


Sanasan