Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ହେବେ ନାହିଁ;

Faic an caibideil Dèan lethbhreac

ଓଡିଆ ବାଇବେଲ

10 ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ;

Faic an caibideil Dèan lethbhreac

ପବିତ୍ର ବାଇବଲ

10-11 ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ।

Faic an caibideil Dèan lethbhreac




2 ଶାମୁୟେଲ 7:10
25 Iomraidhean Croise  

ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯଦି ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ।”


ଆଉ ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି


ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍‍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ।”


ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।


ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।


ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।


ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।


ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”


ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।


ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।


ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।


ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;


କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।


ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।


ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ।” ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି।


ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।


ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।


ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;


Lean sinn:

Sanasan


Sanasan