Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ତେଣୁ ସେ ପ୍ରଣାମ କରି କହିଲା, ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?

Faic an caibideil Dèan lethbhreac

ଓଡିଆ ବାଇବେଲ

8 ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ ?”

Faic an caibideil Dèan lethbhreac

ପବିତ୍ର ବାଇବଲ

8 ମଫୀବୋଶତ୍ ପୁନରାୟ ଦାଉଦଙ୍କୁ ପ୍ରଣାମ କଲା, ଏବଂ କହିଲା, “ମୁଁ ତ ଏକ ମଲା କୁକୁରଠାରୁ ଭଲ ନୁହେଁ। କିନ୍ତୁ ଆପଣ ମୋ’ ପ୍ରତି ଚଳିତ ବହୁତ ଦୟା ଦେଖାଇଛନ୍ତି।”

Faic an caibideil Dèan lethbhreac




2 ଶାମୁୟେଲ 9:8
7 Iomraidhean Croise  

ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇଯାଇ ତାହାର ମୁଣ୍ଡ କାଟି ପକାଏ।”


ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”


ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?


ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”


ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।”


Lean sinn:

Sanasan


Sanasan