Biblia Todo Logo
Bìoball air-loidhne

- Sanasan -




୨ ଥେସଲନୀକୀୟ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଈଶ୍ଵରଙ୍କ ଯେଉଁ ରାଜ୍ୟନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗ କରୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ଵରଙ୍କ ଯଥାର୍ଥ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଈଶ୍ୱରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ୱରଙ୍କ ଉଚିତ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

5 ଏ ସମସ୍ତରୁ ପ୍ରମାଣିତ ହେଉଛି ଯେ, ଈଶ୍ୱରଙ୍କ ବିଚାର ଯଥାର୍ଥ ଏବଂ ତୁମ୍ଭେମାନେ ତାହାଙ୍କ ରାଜ୍ୟର ଯୋଗ୍ୟ ହେବ, କାରଣ ସେହି ରାଜ୍ୟ ନିମନ୍ତେ ତୁମ୍ଭେମାନେ ଉତ୍ପୀଡ଼ିତ ହେଉଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ପରମେଶ୍ୱର ତାହାଙ୍କର ବିଗ୍ଭରରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ୟରେ ପ୍ରବେଶ ପାଇଁ ଯୋଗ୍ୟ ହୁଅ, ଯେଉଁଥିପାଇଁ ତୁମ୍ଭେମାନେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ।

Faic an caibideil Dèan lethbhreac




୨ ଥେସଲନୀକୀୟ 1:5
28 Iomraidhean Croise  

ପରମେଶ୍ୱର କʼଣ ବିଚାର ବିପରୀତ କରନ୍ତି? ଅଥବା ସର୍ବଶକ୍ତିମାନ କʼଣ ନ୍ୟାୟ ବିପରୀତ କରନ୍ତି?


ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।


ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;


ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା]


ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।


ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।


ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।


ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।


କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।


ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,


ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ;


ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ।


ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;


ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”


ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।”


କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”


ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।


Lean sinn:

Sanasan


Sanasan