Biblia Todo Logo
Bìoball air-loidhne

- Sanasan -




୨ ଥେସଲନୀକୀୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ପ୍ରଜ୍ଜ୍ଵଳିତ ଅଗ୍ନି ସହ ସ୍ଵର୍ଗରୁ ପ୍ରକାଶିତ ହେବେ,

Faic an caibideil Dèan lethbhreac

ଓଡିଆ ବାଇବେଲ

6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

6 ଯାହା ନ୍ୟାୟସଙ୍ଗତ, ଈଶ୍ୱର ତାହା ସାଧନ କରିବେ। ଯେଉଁମାନେ ଏବେ ତୁମକୁ ନିର୍ଯ୍ୟାତନା କରୁଛନ୍ତି, ସେମାନେ ନିର୍ଯ୍ୟାତିତ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଯାହା ଠିକ୍ ପରମେଶ୍ୱର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ୱର ସେମାନଙ୍କୁ କଷ୍ଟ ଦେବେ।

Faic an caibideil Dèan lethbhreac




୨ ଥେସଲନୀକୀୟ 1:6
18 Iomraidhean Croise  

ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହାସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।


ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”


ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”


ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।


କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।


କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।


ଅଣଯିହୁଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲା, ପୁଣି, ମୃତମାନଙ୍କ ବିଚାର କରିବା ସମୟ, ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଏବଂ ତୁମ୍ଭ ନାମର ଭୟକାରୀ, ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର, ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।”


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।”


କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”


ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?


Lean sinn:

Sanasan


Sanasan