Biblia Todo Logo
Bìoball air-loidhne

- Sanasan -




୨ ଥେସଲନୀକୀୟ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ୱରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 ସେହି ଦୁରାତ୍ମା ମନୁଷ୍ୟର ତଥାକଥିତ ସମସ୍ତ ଆରାଧ୍ୟ ଦେବତା ଓ ଉପାସ୍ୟ ବସ୍ତୁର ବିରୁଦ୍ଧାଚରଣ କରିବ ଓ ନିଜକୁ ସମସ୍ତଙ୍କ ଉଦ୍ଧ୍ୱର୍ରେ ରଖିବାକୁ ପ୍ରୟାସ କରିବ। ଏପରି କି ସେ ଈଶ୍ୱରଙ୍କ ମନ୍ଦିରରେ ଉପବେଶନ କରି ନିଜେ ଈଶ୍ୱର ବୋଲି ଦାବୀ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ସେହି ମନ୍ଦ ବ୍ୟକ୍ତି, ପରମେଶ୍ୱରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ୱାରା ଉପାସିତ, ଏହିପରି ପ୍ରତ୍ୟେକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରତ୍ୟେକଠାରୁ ଉଚ୍ଚ ବୋଲି ଦେଖାଏ, ଈଶ୍ୱରଙ୍କ ନାମରେ ଖ୍ୟାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବିରୋଧ କରେ। ସେ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ଯାଇ, ସିଂହାସନରେ ବସି ନିଜକୁ ପରମେଶ୍ୱର ବୋଲି ଘୋଷଣା କରେ।

Faic an caibideil Dèan lethbhreac




୨ ଥେସଲନୀକୀୟ 2:4
13 Iomraidhean Croise  

ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, ‘ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,’ ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ସକାଶୁ,


ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ‘ମୁଁ ଈଶ୍ୱର?’ ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମକାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।


କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।


କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କୁହାଯାଏ, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),


Lean sinn:

Sanasan


Sanasan