Biblia Todo Logo
Bìoball air-loidhne

- Sanasan -




୨ ଥେସଲନୀକୀୟ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କଅଣ ତୁମ୍ଭମାନଙ୍କର ମନେ ନାହିଁ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ ଥରକୁଥର କହିଥିଲି, ତାହା କଅଣ ତୁମ୍ଭମାନଙ୍କର ସ୍ମରଣ ନାହିଁ?

Faic an caibideil Dèan lethbhreac

ଓଡିଆ ବାଇବେଲ

5 ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହି ସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କ'ଣ ତୁମ୍ଭମାନଙ୍କର ମନେ ନାହିଁ ?

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

5 ତୁମ୍ଭମାନଙ୍କର କ’ଣ ସ୍ମରଣ ନାହିଁ? ମୁଁ ତୁମ ସଙ୍ଗରେ ଥିବାବେଳେ ତୁମ୍ଭମାନଙ୍କୁ ଏ ସବୁ ବିଷୟ କହିଥିଲି।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ।

Faic an caibideil Dèan lethbhreac




୨ ଥେସଲନୀକୀୟ 2:5
11 Iomraidhean Croise  

ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ,


ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ?


ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।”


ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।


ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।


ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,


ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ।


ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ।


କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ।


ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯତ୍ନ କରିବି।


Lean sinn:

Sanasan


Sanasan