Biblia Todo Logo
Bìoball air-loidhne

- Sanasan -




୨ ଥେସଲନୀକୀୟ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମର ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ସେହି ଦୂରାତ୍ମା ଶୟତାନର ଶକ୍ତିରେ ପରାକ୍ରମଶାଳୀ ହୋଇ ଆସିବ ଏବଂ ଅନେକ ପ୍ରକାର ଅଲୌକିକ କାର୍ଯ୍ୟ ସାଧନର ଛଳନା କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ୟ ଆଧାରିତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଚିହ୍ନ ଓ ଅ‌ଦ୍‌ଭୂତ କାର୍ଯ୍ୟମାନ ଘଟାଇବ।

Faic an caibideil Dèan lethbhreac




୨ ଥେସଲନୀକୀୟ 2:9
31 Iomraidhean Croise  

ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’


ସେତେବେଳେ ମିସରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।


ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।


ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।


ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”


ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।


ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ।


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”


ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ବର।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।


ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?


ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ।


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ଅର୍ଥାତ୍‍ ଯେଉଁ ଜଗତ୍‍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।


ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;


ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।


ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍‍ ଭାଷାରେ ଅପଲ୍ଲିୟୋନ୍।


Lean sinn:

Sanasan


Sanasan