Biblia Todo Logo
Bìoball air-loidhne

- Sanasan -




୨ ଥେସଲନୀକୀୟ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେଉଁରୂପେ ବ୍ୟାପିଅଛି, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅବଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେରୂପେ, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1 ଭାଇମାନେ, ମୋର ଶେଷ କଥା, ଆମ ପାଇଁ ପ୍ରାର୍ଥନା କର - ତୁମ୍ଭମାନଙ୍କ ମଧ୍ୟରେ ଯେଭଳି ପ୍ରଭୁଙ୍କ ବାର୍ତ୍ତା ଦ୍ରୁତଗତିରେ ବ୍ୟାପିଯାଇଥିଲା, ତାହା ଯେପରି ସେହିଭଳି ସମାଦୃତ ହୋଇ ପ୍ରସାର ଲାଭ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଭାଇ ଓ ଭଉଣୀମାନେ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହେବ। ପ୍ରାର୍ଥନା କର, ତୁମ୍ଭେମାନେ ଯେଉଁଭଳି ସେହି ଶିକ୍ଷାକୁ ସମ୍ମାନ ଦେଲ, ଠିକ୍ ସେହିଭଳି ଲୋକେ ସେହି ଶିକ୍ଷାକୁ ସମ୍ମାନ ଦେବେ।

Faic an caibideil Dèan lethbhreac




୨ ଥେସଲନୀକୀୟ 3:1
22 Iomraidhean Croise  

ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।


ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର।”


ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର।


କିନ୍ତୁ ଈଶ୍ବରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା।


ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା।


ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।


ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋʼ ନିମନ୍ତେ ଈଶ୍ବରଙ୍କ ନିକଟରେ ମୋʼ ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,


କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।


ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।


ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।


କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ।


ହେ ଭାଇମାନେ, ତୁମ୍ଭେମାନେ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବୃଥା ହୋଇ ନାହିଁ।


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।


ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;


ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର।


ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।


Lean sinn:

Sanasan


Sanasan