Biblia Todo Logo
Bìoball air-loidhne

- Sanasan -




୨ ଥେସଲନୀକୀୟ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଶାନ୍ତିଦାତା ପ୍ରଭୁ ସ୍ଵୟଂ ତୁମ୍ଭମାନଙ୍କୁ ସର୍ବଦା ଓ ସର୍ବପ୍ରକାରେ ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ । ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

16 ଯେଉଁ ପ୍ରଭୁ ଆମ୍ଭମାନଙ୍କ ଶାନ୍ତିର ଉତ୍ସ, ସେ ତୁମ୍ଭମାନଙ୍କୁ ସର୍ବଦା ଓ ସର୍ବପ୍ରକାରେ ଶାନ୍ତି ପ୍ରଦାନ କରନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରତ୍ୟେକ କ୍ଷେତ୍ରରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।

Faic an caibideil Dèan lethbhreac




୨ ଥେସଲନୀକୀୟ 3:16
40 Iomraidhean Croise  

ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।


ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।


ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।


ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।


ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।


ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।


ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।


ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”


ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।’


ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’”


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”


ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ଶାନ୍ତିଦାତା ଈଶ୍ବର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ, ଆମେନ୍‍।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


କାରଣ ଈଶ୍ବର ବିଶୃଙ୍ଖଳତାର ଈଶ୍ବର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ବର।


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।


ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ।


ଆମ୍ଭମାନଙ୍କ ଈଶ୍ବର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;


ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।


ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;


ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା।


ତହୁଁ ଗିଦିୟୋନ୍‍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍‍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।


ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”


ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”


ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।


Lean sinn:

Sanasan


Sanasan