Biblia Todo Logo
Bìoball air-loidhne

- Sanasan -




୨ ତୀମଥି 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ବରପ୍ରିୟ ନ ହୋଇ ବରଂ ବିଳାସ-ପ୍ରିୟ ହେବେ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ବିଶ୍ଵାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ଵରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ;

Faic an caibideil Dèan lethbhreac

ଓଡିଆ ବାଇବେଲ

4 ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 ସେମାନେ ଗର୍ବରେ ସ୍ଫୀତ ହୋଇ ବିଶ୍ୱାସଘାତକ ଓ ବିଚାରଶୂନ୍ୟ ହେବେ; ସେମାନେ ଈଶ୍ୱର ଭକ୍ତିଠାରୁ ଆମୋଦ ପ୍ରମୋଦକୁ ଅଧିକ ସୁଖକର ମଣିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଶେଷ ଦିନରେ ଲୋକେ ନିଜ ସାଙ୍ଗମାନଙ୍କ ବିରୁଦ୍ଧରେ ଯିବେ। ବିଗ୍ଭର ନ କରି ମୂର୍ଖତାପୂର୍ଣ୍ଣ କାର୍ଯ୍ୟମାନ କରିବେ। ଆତ୍ମବଡ଼ିମା କରିବେ ଓ ଗର୍ବୀ ହେବେ। ଲୋକେ ପରମେଶ୍ୱରଙ୍କୁ ଯେତେ ଭଲ ପାଆନ୍ତି, ତା'ଠାରୁ ଅଧିକ ଆମୋଦ ପ୍ରମୋଦକୁ ଭଲ ପାଇବେ।

Faic an caibideil Dèan lethbhreac




୨ ତୀମଥି 3:4
12 Iomraidhean Croise  

ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।


ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;


ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;


କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।


ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।


କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,


ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


Lean sinn:

Sanasan


Sanasan