Biblia Todo Logo
Bìoball air-loidhne

- Sanasan -




ପ୍ରେରିତ 17:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଖ୍ରୀଷ୍ଟଙ୍କର ଯେ ମୃତ୍ୟୁଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ,ଏହାର ସ୍ପଷ୍ଟ ପ୍ରମାଣ ଦେଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

3 ଧର୍ମଶାସ୍ତ୍ର ଉଲ୍ଲେଖ ଓ ବ୍ୟାଖ୍ୟା କରି ପ୍ରମାଣ କଲେ ଯେ, ମସୀହଙ୍କର ଦୁଃଖଭୋଗ କରିବା ଓ ମୃତ୍ୟୁରୁ ଉତ୍ôଥତ ହେବା ଆବଶ୍ୟକ ଥିଲା। ପାଉଲ କହିଲେ, “ଯେଉଁ ଯୀଶୁଙ୍କ ବିଷୟ ମୁଁ ଘୋଷଣା କରିଛି, ସେ ସେହି ମସୀହ।”

Faic an caibideil Dèan lethbhreac

ପବିତ୍ର ବାଇବଲ

3 ସେ ପବିତ୍ର ବାକ୍ୟ ବୁଝେଇଲେ ଓ ସେମାନଙ୍କୁ ପ୍ରମାଣ ଦେଇ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ୟୁରୁ ପୁନର୍ଜୀବିତ ହେବାର ଆବଶ୍ୟକତା ଥିଲା। ପାଉଲ କହିଲେ, “ଏହି ଯୀଶୁ, ଯାହାଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଗ୍ଭର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।”

Faic an caibideil Dèan lethbhreac




ପ୍ରେରିତ 17:3
16 Iomraidhean Croise  

ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?


ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”


ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,


କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ।


ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;


କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ।


ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।


କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।


କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେଶକନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।


Lean sinn:

Sanasan


Sanasan