Biblia Todo Logo
Bìoball air-loidhne

- Sanasan -




ପ୍ରେରିତ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍‍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ତ ପବନର ଶଦ୍ଦ ତୁଲ୍ୟ ଗୋଟିଏ ଶଦ୍ଦ ଅକସ୍ମାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ସର୍ବତ୍ର ବ୍ୟାପିଗଲା,

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 ହଠାତ୍ ପ୍ରଚଣ୍ଡ ବାୟୁ ବାହିବାର ଶବ୍ଦ ଭଳି ଆକାଶରୁ ଏକ ଶବ୍ଦ ହେଲା ଓ ଯେଉଁ ଗୃହରେ ସେମାନେ ବସିଥିଲେ, ତାହ ସେହି ଶବ୍ଦରେ ପୂର୍ଣ୍ଣ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସେମାନେ ଯେଉଁ ଘର ଭିତରେ ବସିଥିଲେ, ସେହି ଘରର ଗ୍ଭରିଆଡ଼େ ବ୍ୟାପି ଗଲା।

Faic an caibideil Dèan lethbhreac




ପ୍ରେରିତ 2:2
14 Iomraidhean Croise  

ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।


ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।


ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।


ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,


ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”


ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା।


ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ।


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


Lean sinn:

Sanasan


Sanasan